ଆଜିଠୁ 12 ରୁ 14 ବର୍ଷ ପିଲାଙ୍କୁ ଦିଆଯାଉଛି ଟୀକା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜିଠୁ 12ରୁ 14 ବର୍ଷର ପିଲାଙ୍କୁ ଦିଆଯାଉଛି କରୋନା ଟିକା । ଯେଉଁ ପିଲାମାନେ 2008,2009 ଏବଂ 15 ମାର୍ଚ୍ଚ 2010 କିମ୍ବା ତା ପୂର୍ବରୁ ଜନ୍ମ ହୋଇଥିବେ ସେମାନେ ହିଁ ଟିକା ନେଇପାରିବେ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି ।

ତେବେ ଟିକା ନେବା ଲାଗି ଜନ୍ମ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ । 12 ରୁ 14 ବର୍ଷର ପିଲାମାନଙ୍କୁ କେବଳ କୋର୍ବେଭାକ୍ସ ଟିକା ଦିଆଯିବ । 28 ଦିନ ବ୍ୟବଧାନରେ ଦୁଇଟି ଡୋଜ ଦିଆଯିବ । ପୂର୍ବରୁ ଯେଉଁ ନିୟମାବଳୀ ଆଧାରରେ ଟିକାକରଣ ହେଉଥିଲା, ଏ ବର୍ଗଙ୍କ ଲାଗି ମଧ୍ୟ ସମାନ ନିୟମ ରହିବ । ଉଭୟ ଅନଲାଇନ ଓ ଅଫଲାଇନ ପଞ୍ଜିକରଣ ଜରିଆରେ ଟିକା ଦିଆଯିବ । ସ୍କୁଲଗୁଡ଼ିକରେ ଟିକାକରଣକୁ ତ୍ୱରାନ୍ୱିତ କରାଯିବ । ଟିକାକରଣରେ ଶିକ୍ଷକମାନେ ସହଯୋଗ କରିବେ ।

ସେହିପରି ସ୍କୁଲ ଟାଇମିଂ ଅନୁସାରେ ଟିକାକରଣ କରିବାକୁ CDMO ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶିକ୍ଷା ବିଭାଗ, SC-ST ବିଭାଗ ସହ ସମନ୍ୱୟ ରଖି କରାଯିବ ଟିକାକରଣ । ଏବେ ରାଜ୍ୟରେ 15 ଲକ୍ଷ 47 ହଜାର କୋର୍ବେଭାକ୍ସ ଟିକା ମହଜୁଦ ଅଛି । ସବୁ ଜିଲ୍ଲାକୁ ଏହି ଟିକା ପଠାଯାଇଛି । କିଛି ଉପାନ୍ତ ଜିଲ୍ଲାକୁ ଛାଡିଦେଲେ ଅନ୍ୟ ସବୁ ଜିଲ୍ଲାକୁ ଆଜି ରାତି ସୁଦ୍ଧା ଟିକା ପହଞ୍ଚଯିବ । ଟିକା ନେବାକୁ ରାଜ୍ୟରେ 12 ରୁ 14 ବୟସ ବର୍ଗର 15 ଲକ୍ଷ 21 ହଜାର ପିଲା ରହିଛନ୍ତି । ଏମାନଙ୍କ ଟିକାକରଣ ଲାଗି 3 ହଜାର ଟିକାଦାତା ଓ 3 ହଜାର ଭେରିଫାୟାର ନିୟୋଜିତ ହେବେ ।


ସେୟାର କରନ୍ତୁ