Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2 ହଜାର 876 କରୋନା କେସ, 98 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2 ହଜାର 876 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 98 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ହଜାର 884 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 29 ଲକ୍ଷ 98 ହଜାର 929କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 16 ହଜାର 72 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 50 ହଜାର 55 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 32 ହଜାର 811 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 180 କୋଟି 60 ଲକ୍ଷ 93 ହଜାର 160 ଡୋଜ ଟିକା ଦିଆଯାଇଛି । ଗତକାଲି 19 ଲକ୍ଷ 64 ହଜାର 423 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 15 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 78 କୋଟି 05 ଲକ୍ଷ 06 ହଜାର 974 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 7 ଲକ୍ଷ 52 ହଜାର 818 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ