Coronavirus: ଦେଶରେ କରୋନା କେସ ଆଜି ମଧ୍ୟ ତଳକୁ ଖସିଲା, 24 ଘଣ୍ଟାରେ ଆସିଲା 1 ହଜାର 761 କରୋନା କେସ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1 ହଜାର 761 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 127 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ହଜାର 196 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 07 ହଜାର 841କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 16 ହଜାର 479 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 24 ଲକ୍ଷ 65 ହଜାର 122 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 26 ହଜାର 240 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 181 କୋଟି 21 ଲକ୍ଷ 11 ହଜାର 675 ଡୋଜ ଟିକା ଦିଆଯାଇଛି । ଗତକାଲି 15 ଲକ୍ଷ 34 ହଜାର 444 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 19 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 78 କୋଟି 26 ଲକ୍ଷ 60 ହଜାର 658 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 31 ହଜାର 973 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ