Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 1 ହଜାର 225 ନୂଆ କେସ, 28 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 1 ହଜାର 225 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 28 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ହଜାର 594 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 1 ହଜାର 225
ଏପର୍ଯ୍ୟନ୍ତ ମୋଟ ମାମଲା – 4 କୋଟି 30 ଲକ୍ଷ 24 ହଜାର 440

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 1 ହଜାର 594
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -4 କୋଟି 24 ଲକ୍ଷ 89 ହଜାର 004

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 28
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 5 ଲକ୍ଷ 21 ହଜାର 129

ମୋଟ ଆକ୍ଟିଭ କେସ- 14 ହଜାର 307

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 30 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 78 କୋଟି 91 ଲକ୍ଷ 64 ହଜାର 922 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 6 ଲକ୍ଷ 07 ହଜାର 987 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 184 କୋଟି 06 ଲକ୍ଷ 55 ହଜାର 005 ଡୋଜ ଟିକା ଦିଆଯାଇଛି । ଗତକାଲି 22 ଲକ୍ଷ 27 ହଜାର 307 ଡୋଜ ଟୀକା ଦିଆଯାଇଛି ।


ସେୟାର କରନ୍ତୁ