ରାଜ୍ୟରେ 3 ଦିନ ବର୍ଷା, ଆସନ୍ତୁ ଜାଣିବା କେଉଁ କେଉଁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ..

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜିଠୁ ତିନି ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବାର ଆଶଙ୍କାଥିବାରୁ ପାଇଁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି । 9 ଓ 10 ତାରିଖରେ ବି କାଳବୈଶାଖୀ ପ୍ରଭାବରୁ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଲଘୁଚାପ ରୂପ ନେବ ବୋଲି ଆକଳନ କରାଯାଉଥିଲା । କିନ୍ତୁ ଏହା ଧୀରେ ଧୀରେ ଦୁର୍ବଳ ହେଉଛି । ଏହା ଆଉ ଲଘୁଚାପ ରୂପ ନେବନି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 9 ଓ 10 ତାରିଖରେ ବି ଏହି ସବୁ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ତେବେ ଆସନ୍ତା 5 ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଦିନବେଳାର ତାପମାତ୍ରା ସ୍ୱାଭାବିକଠାରୁ 2ରୁ 3 ଡିଗ୍ରୀ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ୟ ପକ୍ଷରେ ଗୁରୁବାର 5 ଜିଲ୍ଲାର ତାପମାତ୍ରା 40 ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀରର ତାପମାତ୍ରା ସର୍ବାଧିକ 41.5 ଡିଗ୍ରୀ ରେକର୍ଡ କରାଯାଇଥିଲା ।


ସେୟାର କରନ୍ତୁ