Coronavirus: ଦେଶରେ 24 ଘଣ୍ଟାରେ ଆସିଲା 861 କରୋନା କେସ, 6 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 861 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 6 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 9 ଶହ 29 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 36 ହଜାର 132କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 691 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 03 ହଜାର 383 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 11 ହଜାର 058 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 185 କୋଟି 74 ଲକ୍ଷ 18 ହଜାର 827 ଡୋଜ ଟିକା ଦିଆଯାଇଛି । ଗତକାଲି 2 ଲକ୍ଷ 44 ହଜାର 870 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 10 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 79 କୋଟି 41 ଲକ୍ଷ 18 ହଜାର 951 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 2 ଲକ୍ଷ 71 ହଜାର 211 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ