Coronavirus: ଦେଶରେ 24 ଘଣ୍ଟାରେ ଆସିଲା 796 କରୋନା କେସ, 19 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 796 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 19 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 9 ଶହ 46 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 36 ହଜାର 928କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 710 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 04 ହଜାର 329 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 10 ହଜାର 889 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 185 କୋଟି 90 ଲକ୍ଷ 68 ହଜାର 616 ଡୋଜ ଟିକା ଦିଆଯାଇଛି । ଗତକାଲି 15 ଲକ୍ଷ 65 ହଜାର 507 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 11 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 79 କୋଟି 45 ଲକ୍ଷ 25 ହଜାର 202 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 06 ହଜାର 251 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ