Coronavirus: ଦେଶରେ 24 ଘଣ୍ଟାରେ ଆସିଲା 1088 କରୋନା କେସ, 26 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1088 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 26 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1081 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 38 ହଜାର 016କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 736 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 05 ହଜାର 410 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 10 ହଜାର 870 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 186 କୋଟି 07 ଲକ୍ଷ 06 ହଜାର 499 ଡୋଜ ଟିକା ଦିଆଯାଇଛି । ଗତକାଲି 15 ଲକ୍ଷ 05 ହଜାର 332 ଡୋଜ ଟୀକା ଦିଆଯାଇଛି ।


ସେୟାର କରନ୍ତୁ