Coronavirus: ଦେଶରେ 24 ଘଣ୍ଟାରେ ଆସିଲା 949 କରୋନା କେସ, 6 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 949 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 6 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 810 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 39 ହଜାର 972କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 743 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 07 ହଜାର 038 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 11 ହଜାର 191 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 186 କୋଟି 30 ଲକ୍ଷ 62 ହଜାର 546 ଡୋଜ ଟିକା ଦିଆଯାଇଛି । ଗତକାଲି 6 ଲକ୍ଷ 66 ହଜାର 660 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 14 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 11 ଲକ୍ଷ 77 ହଜାର 370 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 3 ଲକ୍ଷ 67 ହଜାର 213 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ