ଓଡ଼ିଶାର ମହାନ ଜନନାୟକ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ହେଉଛି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଟୁଇଟରେ ଲେଖିଛନ୍ତି, ଓଡ଼ିଶାର ବରପୁତ୍ର ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି । ସେ ଦେଖାଇ ଯାଇଥିବା ମାର୍ଗ ଏବେ ଓଡ଼ିଶାକୁ ବିକାଶର ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ କରିଛି । ତାଙ୍କ ନୀତି ଓ ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା ପାଇଁ ଅନୁପ୍ରେରିତ କରିବ ।


ସେୟାର କରନ୍ତୁ