Coronavirus: ଦେଶରେ 24 ଘଣ୍ଟାରେ ଆସିଲା 1150 କରୋନା କେସ, 4 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 1150 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 4 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 954 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 42 ହଜାର 097କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 751 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 08 ହଜାର 788 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 11 ହଜାର 558 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 186 କୋଟି 51 ଲକ୍ଷ 53 ହଜାର 593 ଡୋଜ ଟିକା ଦିଆଯାଇଛି । ଗତକାଲି 12 ଲକ୍ଷ 53 ହଜାର 533 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 16 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 18 ଲକ୍ଷ 43 ହଜାର 406 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 3 ଲକ୍ଷ 65 ହଜାର 118 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ