ସୁନାମଧନ୍ୟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଟ୍ୱିଟ୍‌ କରି ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦେଶକ, ଗୀତିକାର ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୟୁଟରରେ ନିଜର ଶୋକବାର୍ତ୍ତାରେ ଲେଖିଛନ୍ତି, ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ। ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ। ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି

ସୂଚନାଯୋଗ୍ୟ ଯେ, ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ 83 ବର୍ଷ ବୟସରେ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଓଡ଼ିଶା ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି । ତାଙ୍କର ନିରବଚ୍ଛିନ୍ନ ସଙ୍ଗୀତ ସାଧନା ପାଇଁ ସେ ପଦ୍ମଶ୍ରୀ ସମ୍ମାନ ସହିତ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ସେ ପୁରୀରେ 1939 ମସିହା ଫେବୃଆରୀ 16 ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ମୃତ୍ୟୁ ଖବର ଶୁଣି ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି ।


ସେୟାର କରନ୍ତୁ