Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2183 କରୋନା କେସ, 214 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2183 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 214 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1985 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 44 ହଜାର 280କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 21 ହଜାର 965 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 10 ହଜାର 773 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 11 ହଜାର 542 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 186 କୋଟି 54 ଲକ୍ଷ 94 ହଜାର 355 ଡୋଜ ଟିକା ଦିଆଯାଇଛି । ଗତକାଲି 2 ଲକ୍ଷ 66 ହଜାର 459 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 17 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 21 ଲକ୍ଷ 04 ହଜାର 846 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 2 ଲକ୍ଷ 61 ହଜାର 440 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ