Coronavirus: ଦେଶରେ 24 ଘଣ୍ଟାରେ ଆସିଲା 2593 କରୋନା କେସ, 44 ମୃତ୍ୟୁ

ରାଜ୍ୟ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2593 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 44 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1755 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 57 ହଜାର 545କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 22 ହଜାର 193 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 19 ହଜାର 479 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 15 ହଜାର 873 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 187 କୋଟି 67 ଲକ୍ଷ 20 ହଜାର 318 ଡୋଜ ଟିକା ଦିଆଯାଇଛି । ଗତକାଲି 19 ଲକ୍ଷ 05 ହଜାର 374 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 23 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 47 ଲକ୍ଷ 17 ହଜାର 702 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 36 ହଜାର 532 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ