ରାଜ୍ୟର ସମସ୍ତ ସ୍କୁଲ ଏପ୍ରିଲ୍‌ 30 ପର୍ଯ୍ୟନ୍ତ ଛୁଟି ଘୋଷଣା, ଚାଲୁ ରହିବ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆସନ୍ତାକାଲି ଠାରୁ 30 ତାରିଖ ପର୍ଯ୍ୟନ୍ତ 5 ଦିନ ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ନେଇ ଘୋଷଣା ହୋଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି । ସ୍କୁଲ ଛୁଟି ହେଲେ ମଧ୍ୟ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ଚାଲୁ ରହିବ ବୋଲି ବିଭାଗ କହିଛି ।

ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଏନେଇ ଓସେପା, ଓଏଭିଏସ୍‌, ଏମ୍‌ଡିଏମ୍‌, ଏଚ୍‌ଏସ୍‌ସି, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ଉଚ୍ଚ ଶିକ୍ଷା ନିର୍ଦ୍ଦେଶକ, ଏସ୍‌ସିଇଆରଟି ନିର୍ଦ୍ଦେଶକ, ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ, ବିଏସ୍‌ଇ ସଭାପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । ଶ୍ରୀ ମିଶ୍ର କହିଛନ୍ତି ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମଲହରକୁ ଦୃଷ୍ଟିରେ ରଖି ସ୍କୁଲ ଗୁଡ଼ିକରେ ଅସ୍ଥାୟୀ ଭାବେ ପାଠପଢ଼ା ସ୍ଥଗିତ ରଖାଯାଇଛି । ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଏହି ସମୟରେ ଚାଲୁ ରହିବ ବୋଲି ସେ ସୂଚନା ଦେଇଛନ୍ତି ।


ସେୟାର କରନ୍ତୁ