Coronavirus: ଦେଶରେ ତେଜିରେ ବଢୁଅଛି କରୋନା କେସ, 24 ଘଣ୍ଟାରେ ସାମ୍ନାକୁ ଆସିଲା 3688 ନୂଆ କେସ, 50 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 3688 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 50 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2755 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 75 ହଜାର 864କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 23 ହଜାର 803 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 33 ହଜାର 377 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 18 ହଜାର 684 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 188 କୋଟି 89 ଲକ୍ଷ 90 ହଜାର 335 ଡୋଜ ଟିକା ଦିଆଯାଇଛି । ଗତକାଲି 22 ଲକ୍ଷ 58 ହଜାର 059 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 29 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 74 ଲକ୍ଷ 42 ହଜାର 023 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 96 ହଜାର 640 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ