ଆଜିଠୁ ସକ୍ରିୟ ହେବ କାଳବୈଶାଖୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ସକ୍ରିୟ ହେବ କାଳବୈଶାଖୀ । ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନ ତାପମାତ୍ରା ସାମାନ୍ୟ ତଳକୁ ଖସିବା ସମ୍ଭାବନା । 4 ରେ ଘୁର୍ଣ୍ଣିବଳୟ, ପ୍ରଭାବରେ 6 ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ତଥା ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି ।

ତେବେ ଦକ୍ଷିଣ ତଥା ଦକ୍ଷିଣ-ପୂର୍ବ ଦିଗରୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁ କ୍ରମାଗତ ଭାବେ ପ୍ରବେଶ କରୁଛି । ଜଳୀୟବାଷ୍ପ -ପୂର୍ଣ୍ଣ ସାମୁଦ୍ରିକ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କାଳବୈଶାଖୀ ପ୍ରକ୍ରିୟା କୁ ଅଧିକ ସକ୍ରିୟ କରିବ । ବିଜୁଳି ଘଡଘଡି ଏବଂ ପବନ 40 ରୁ 50 କିମି ବେଗରେ ସମ୍ଭାବନା ପାଇଁ କିଛି ଜିଲ୍ଲାକୁ ଚେତାବନୀ ଦିଆଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ସେୟାର କରନ୍ତୁ