Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 3324 ନୂଆ କେସ, 40 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 3324 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 40 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2876 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 79 ହଜାର 188କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 23 ହଜାର 843 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 36 ହଜାର 253 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 19 ହଜାର 092 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 189 କୋଟି 17 ଲକ୍ଷ 69 ହଜାର 346 ଡୋଜ ଟିକା ଦିଆଯାଇଛି । ଗତକାଲି 25 ଲକ୍ଷ 95 ହଜାର 267 ଡୋଜ ଟୀକା ଦିଆଯାଇଛି ।


ସେୟାର କରନ୍ତୁ