Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 3275 ନୂଆ କେସ, 55 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 3275 ନୂଆ କରୋନା କେସ ସାମ୍ନାକୁ ଆସିଅଛି । 24 ଘଣ୍ଟାରେ 55 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3010 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 91 ହଜାର 393କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 23 ହଜାର 975 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 47 ହଜାର 699 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 19 ହଜାର 719 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 189 କୋଟି 63 ଲକ୍ଷ 30 ହଜାର 362 ଡୋଜ ଟିକା ଦିଆଯାଇଛି । ଗତକାଲି 13 ଲକ୍ଷ 89 ହଜାର 710 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 4 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 93 ଲକ୍ଷ 79 ହଜାର 007 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 3 ଲକ୍ଷ 23 ହଜାର 430 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ