ଭୁବନେଶ୍ବର: ଗତ କାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କଥା ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଦେଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ 48 ଘଣ୍ଟା ମଧ୍ୟରେ ତୀବ୍ର ଅବପାତରେ ପରିଣତ ହେବାର ଖୁବ୍ ସମ୍ଭାବନା ରହିଛି ।
