Coronavirus: ଦେଶରେ ସଂକ୍ରମଣ ବଢୁଛି, 24 ଘଣ୍ଟାରେ ସମ୍ନାକୁ ଆସିଲା 3545 ନୂଆ ମାମଲା, 27 ରୋଗୀଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ହଜାର 545 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 27 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ହଜାର 549 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 30 ଲକ୍ଷ 94 ହଜାର 938କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 24 ହଜାର 002 ଲୋକଙ୍କର ଜୀବନ ଯାଇଅଛି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 19 ହଜାର 688 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 51 ହଜାର 248 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 189 କୋଟି 81 ଲକ୍ଷ 52 ହଜାର 695 ଡୋଜ ଟିକା ଦିଆଯାଇଛି । ଗତକାଲି 16 ଲକ୍ଷ 59 ହଜାର 843 ଡୋଜ ଟୀକା ଦିଆଯାଇଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 5 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 83 କୋଟି 98 ଲକ୍ଷ 44 ହଜାର 925 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 65 ହଜାର 918 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ