ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2858 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 11 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3355 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 31 ଲକ୍ଷ 19 ହଜାର 112କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 24 ହଜାର 201 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 76 ହଜାର 815 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 18 ହଜାର 096 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।
ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 191 କୋଟି 15 ଲକ୍ଷ 90 ହଜାର 370 ଡୋଜ ଟିକା ଦିଆଯାଇଛି । ଗତକାଲି 15 ଲକ୍ଷ 04 ହଜାର 734 ଡୋଜ ଟୀକା ଦିଆଯାଇଛି ।
ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 13 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 84 କୋଟି 34 ଲକ୍ଷ 31 ହଜାର 758 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 86 ହଜାର 963 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।