ରାଜ୍ୟରେ 24 ଘଣ୍ଟାରେ ଚିହ୍ନଟ ହେଲେ 920 ନୂଆ କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ପୂର୍ବ 24 ଘଣ୍ଟାରେ 920 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ତେବେ ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 13 ଲକ୍ଷ 15 ହଜାର 603କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 920 ଜଣଙ୍କ ମଧ୍ୟରୁ 538 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 382 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି 24 ଘଣ୍ଟାରେ 0ରୁ 18 ବର୍ଷ ବୟସର ଶିଶୁ ଏବଂ କିଶୋର 166 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1315603 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 6385ଟି ଆକ୍ଟିଭ କେସ୍ ରହିଅଛି ଏବଂ 1300023 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ