ସଦୃଶ ଲଘୁଚାପ, 24 ଘଣ୍ଟା ମଧ୍ୟରେ ଅବପାତ ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : 12 ଘଣ୍ଟା ମଧ୍ୟରେ ସଦୃଶ ଲଘୁଚାପ, 24 ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡିଶା ଉପକୂଳ ଏବଂ ତାର ଆଖ-ପାଖ ଅଞ୍ଚଳରେ ଝଡ ପବନ ଘଣ୍ଟା ପ୍ରତି 45 ରୁ 55 କିମି ସହ ସର୍ବାଧିକ 65 କିମି ଯାଏଁ ରହିବା ସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ, ମତ୍ସ୍ୟଜୀବୀଙ୍କୁ 15 ତାରିଖ ଯାଏଁ ସମୁଦ୍ରକୁ ମନା କରାଯାଇଛି ।

13 ରେ ଉପକୂଳ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ, 14ରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡିଶା ପ୍ରଭାବିତ ହେବା ସମ୍ଭାବନା ।

ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ, ସହରୀ ବନ୍ୟା ପରିସ୍ଥିତି ଉପୁଜିବା ତଥା ଅଣ୍ଡର-ପାସ ରୋଡ଼ ରେ ପାଣି ଜମିବା ସହ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇପାରେ ।


ସେୟାର କରନ୍ତୁ