ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମିବା ଦେଖିବାକୁ ମିଳୁଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 403 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ତେବେ ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 13 ଲକ୍ଷ 22 ହଜାର 183କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 403 ଜଣଙ୍କ ମଧ୍ୟରୁ 237 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 166 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି 24 ଘଣ୍ଟାରେ 0ରୁ 18 ବର୍ଷ ବୟସର ଶିଶୁ ଏବଂ କିଶୋର 48 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏବେ ରାଜ୍ୟରେ ମୋଟ 1322183 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 3966ଟି ଆକ୍ଟିଭ କେସ୍ ରହିଅଛି ଏବଂ 1309010 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।