ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର, 36 ଘଣ୍ଟାରେ ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଆଗାମୀ 36 ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୁଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗୁରୁବାର ଦିନ ଏକ ଲଘୁଚାପବଳୟ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ରହିବ । ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। 10 ଓ 11 ତାରିଖରେ ଲଘୁଚାପର ପ୍ରଭାବ ସର୍ବାଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । 10 ତାରିଖରେ 11 ଜିଲ୍ଲା, 11 ତାରିଖରେ 10 ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।


ସେୟାର କରନ୍ତୁ