77 ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ, ଏଥର ପାଳିବେ ନାହିଁ ଜନ୍ମ ଦିନ, ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ଗସ୍ତ କରିବେ ହାଇଦ୍ରାବାଦ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 77 ବର୍ଷରେ ପାଦ ଦେଇଛନ୍ତି । ଏଥର କିନ୍ତୁ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ହାଇଦ୍ରାବାଦ ଗସ୍ତ କରିବେ । ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ଆଜି ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ, ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନଆସିବାକୁ ଶୁଭେଛୁଙ୍କୁ ଅପିଲ୍ କରିଛନ୍ତି ।

ସେହିପରି ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 17 ତାରିଖରେ ହାଇଦ୍ରାବାଦରେ ହେବ ଇନଭେଷ୍ଟର୍ସ ମିଟ୍ । ଦୁବାଇ, ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ ପରେ ହାଇଦ୍ରାବାଦରେ ଏହି କାର୍ଯ୍ୟକ୍ରମ ହେବ । ନଭେମ୍ବର 30ରୁ ଡିସେମ୍ବର 4 ପର୍ଯ୍ୟନ୍ତ ଭୁବନେଶ୍ୱରରେ ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ’ ରେ ସାମିଲ ହେବାକୁ ପୁଞ୍ଜିନିବେଶକାରୀଙ୍କୁ ଆମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ । ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ ନିବେଶକ, ଶିଳ୍ପପତି ଓ ବିଭିନ୍ନ ବ୍ୟବସାୟିକ କମ୍ପାନୀର ପ୍ରତିନିଧିଙ୍କୁ ସମ୍ବୋଧନ କରିବେ । ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସୁବିଧା ସଂପର୍କରେ ବୁଝାଇବେ ।


ସେୟାର କରନ୍ତୁ