20ରେ ଲଘୁଚାପ ସମ୍ଭାବନା, ପାଣିପାଗ ବିଭାଗ ଦେଲା ସୂଚନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର 3.1 କିମି ଯାଏଁ ବ୍ୟାପିଛି, ଯାହାର ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ 20 ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସୂଚନାରେ କୁହାଯାଇଛି ।

ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତିକରିବା ସହ ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ 48 ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁଯାଇଛି।

ତେବେ, ଓଡ଼ିଶା ଉପରେ ଏହି ଲଘୁଚାପର ପ୍ରଭାବ କ’ଣ ରହିବ ତାହାର ଚିତ୍ର ସ୍ପଷ୍ଟ ହୋଇନାହିଁ। ତେବେ, ଏହାର ପ୍ରଭାବରେ 18 ଓ 19 ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଥିବା ବେଳେ 20ରୁ 22 ତାରିଖ ପର୍ଯ୍ୟନ୍ତ ଅନ୍ୟ କିଛି ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ।


ସେୟାର କରନ୍ତୁ