ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ

ରାଜ୍ୟ
ସେୟାର କରନ୍ତୁ

ଢେ଼ଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଜନତା ମହାବିଦ୍ୟାଳୟ ସାତମାଇଲ ଠାରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକଙ୍କ ସମେତ ଢେଙ୍କାନାଳ ଜିଲ୍ଲା ଯୁବ ବିଜେଡି ସଭାପତି ତଥା କାମାକ୍ଷାନଗର ଏନଏସି ଅଧକ୍ଷ ଶ୍ରୀଯୁକ୍ତ ଧର୍ମାନନ୍ଦ ପରିଡା, ଜିଲ୍ଲା ଛାତ୍ର ବିଜେଡ଼ି ସଭାପତି ସୂରଜ କୁମାର ମହାପାତ୍ର,ରାଜ୍ଯ ଛାତ୍ର ବିଜେଡ଼ି ସାଧାରଣ ସଂପାଦକ ସଞ୍ଜୀବ କୁମାର ପୃଷ୍ଠି, ହିନ୍ଦୋଳ ବ୍ଲକ୍ ଅଧ୍ୟକ୍ଷା ସସ୍ମିତାରାଣୀ ନାୟକ, ଉପାଧ୍ୟକ୍ଷ ବରୁଣ କୁମାର ସର ଏବଂ ଯୁବ ଛାତ୍ର ଓ ବିଜୁ ଜନତା ଦଳର ସମସ୍ତ କର୍ମକର୍ତ୍ତା, ସରପଞ୍ଚ, ସମିତିସଭ୍ଯ, ଜିଲ୍ଲାପରିଷଦ ଉପସ୍ଥିତ ରହି ସମସ୍ତ ରକ୍ତଦାତାଙ୍କୁ ଉତ୍ସାହିତ କରିଥଲେ ।

ଏହି କାର୍ଯ୍ୟକ୍ରମରେ ମୋଟ 254 ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲାବେଳେ ଏନଏସି ସମେତ ହିନ୍ଦୋଳ ବ୍ଲକର ସମସ୍ତ ପଞ୍ଚାୟତରୁ ଆସିଥିବା ରକ୍ତ ଦାତା ରକ୍ତ ଦାନ କରିଥିଲେ ।


ସେୟାର କରନ୍ତୁ