କଂଗ୍ରେସରେ ଯୋଗଦାନ କଲେ ପ୍ୟାରୀ ମହାପାତ୍ରଙ୍କ ଝିଅ

ରାଜନୀତି ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର : ପୂର୍ବତନ ସାଂସଦ ସ୍ବର୍ଗତ ପ୍ୟାରୀମୋହନ ‌ମହାପାତ୍ରଙ୍କ ଝିଅ ସିକ୍ତା ପତି ବିଧିବଦ୍ଧ ଭାବେ କଂଗ୍ରେସରେ ବୁଧବାର ଦିନ ଯୋଗ ଦେଇଛନ୍ତି । ସିକ୍ତା ପ୍ୟାରୀ‌ମୋହନଙ୍କ ମୃତ୍ୟୁର କିଛି ମାସ ପରେ ବିଜେଡିରେ ମିଶି ରହିଥିଲେ, ହେଲେ ବୁଧବାର ଦିନ ସେ ବିଜେଡି ଛାଡ଼ି କଂଗ୍ରେସରେ ମିଶିଛନ୍ତି ।

ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାର ଏବଂ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ଆୟୋଜିତ ମିଶ୍ରଣ ପର୍ବରେ ବୁଧିବାର ଦିନ ସିକ୍ତାଙ୍କ ସମେତ ଭାରତୀୟ ରେଳ ସେବାର ପୂର୍ବତନ ଅଧିକାରୀ ହେମନ୍ତ କୁମାର ଦତ୍ତ, ରାଧାକାନ୍ତ ନାୟକ ଓ ବରିଷ୍ଠ ଆଇନଜୀବୀ ପ୍ରବୀର କୁମାର ପ୍ରଧାନ କଂଗ୍ରେସରେ ଯୋଗଦେଇଛନ୍ତି ।

ତେବେ ରାହୁଲ ଗାନ୍ଧୀଙ୍କ ଆଦର୍ଶ, କଂଗ୍ରେସର ବିଚାରଧାରା ଏବଂ ଗାନ୍ଧୀବାଦ ପ୍ରତି ସମ୍ମାନ ଜଣାଇ ସେମାନେ କଂଗ୍ରେସ ଦଳରେ ଯୋଗଦେଇଛନ୍ତି ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ନିରଞ୍ଜନ ପଟ୍ଟନାୟକ, ରାମଚନ୍ଦ୍ର ଖୁଣ୍ଟିଆ, ବିଜୟ ପଟ୍ଟନାୟକ, ବିଭୁତି ମିଶ୍ର, ମାନସ ଚୌଧୁରୀ, ବନ୍ଦିତା ପରିଡ଼ା, ବିଶ୍ୱଜିତ ଦାଶ, ୟାସିର ନୱାଜ, ରଶ୍ମି ମହାପାତ୍ର, ଅମୀୟ ପଟ୍ଟନାୟକ, ରଜନୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।


ସେୟାର କରନ୍ତୁ