ଶୁକ୍ରବାରଠୁ ଖରା ଛୁଟି, ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାରଠାରୁ ଓଡ଼ିଶାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଯୁକ୍ତ2 ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ବନ୍ଦ ରହିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାଯାଇଛି । ତେବେ ଛୁଟି ପରେ ସ୍କୁଲ କେବେ ଖୋଲିବ ସେ ନେଇ କିଛି ବିଧିବଦ୍ଧ ଘୋଷଣା ହୋଇନାହିଁ, ଏନେଇ ଆଜି ସରକାର ବିଧିବଦ୍ଧଭାବେ ଘୋଷଣା କରିବେ ବୋଲି କୁହାଯାଇଛି ।


ସେୟାର କରନ୍ତୁ