ଭୁବନେଶ୍ବର: ଆସନ୍ତା 6 ତାରିଖ ଅର୍ଥାତ ଶନିବାର ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ 48 ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ବାତ୍ୟା ରୂପ ନେବ କି ନାହିଁ, ସେନେଇ କୌଣସି ଆକଳନ କରାଯାଇ ନଥିବା ବିଭାଗ ପକ୍ଷରୁ କୁହାଯାଇଛି ।
