ଭୁବନେଶ୍ୱର : ଆଗାମୀ 5ଦିନ ଯାଏଁ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନାହିଁ । ଏହାର ପ୍ରଭାବରେ ଆଗାମୀ ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିବ । ଏହି 5ଦିନ ଯାଏଁ ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତୁଳନାରେ 4 ରୁ 6 ଡ଼ିଗ୍ରୀ ଅଧିକ ରହିବା ସମ୍ଭାବନା ରହିଛି ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ ।
