ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ 7.6 କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ l

ଗତ କାଲିର ଆଜି ମଧ୍ୟ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ କେନ୍ଦ୍ରୀଭୂତ l ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ 7.6କିମି ଉଚ୍ଚତା ଯାଏଁ ସକ୍ରିୟ, ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା l

ମୌସୁମୀ ସ୍ୱାଭାବିକ ସହ ଗତ 24 ଘଣ୍ଟାରେ ରାଜ୍ୟରେ ହାରାହାରି 16.5 ମିମି ବର୍ଷା ରେକର୍ଡ ହୋଇଛି ଯାହା ସ୍ୱାଭାବିକ ବର୍ଷା 16.6 ମିମି ତୁଳନାରେ 1 ପ୍ରତିଶତ କମ ରହିଛି l


ସେୟାର କରନ୍ତୁ