24ରେ ଘୂର୍ଣ୍ଣିବଳୟ, ପରବର୍ତ୍ତୀ 24ଘଣ୍ଟାରେ ଲଘୁଚାପ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : 24 ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏହା ପ୍ରଭାବରେ ପରବର୍ତ୍ତୀ 24 ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି l ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ 25 ରୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି l

ସେଇଭଳି ଗତ କାଲିର ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ଓଡିଶା ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ 3.1 କିମି ଉଚ୍ଚତାରେ ବାୟୁମଣ୍ଡଳରେ ସକ୍ରିୟ ରହିଛି l


ସେୟାର କରନ୍ତୁ