3ରୁ ଲଘୁଚାପ ବର୍ଷା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ଆସନ୍ତା 3 ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଏହାର ପ୍ରଭାବରେ ପରବର୍ତ୍ତୀ 48 ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ପ୍ରଭାବରେ 3 ଓ 4 ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ।

3 ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, 4 ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ 5 ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲା‌ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ବର୍ତ୍ତମାନ ଦକ୍ଷିଣ ଛତିଶଗଡ଼ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପ ରେଖା ଆନ୍ଧ୍ର ପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଥିବାରୁ ଆସନ୍ତା 24 ଘଣ୍ଟାରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।


ସେୟାର କରନ୍ତୁ