ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି

ରାଜ୍ୟ
ସେୟାର କରନ୍ତୁ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ହେବ ଦେବ ଦୀପାବଳି । ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ । ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ । ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ, ଭକ୍ତଙ୍କୁ ଦର୍ଶନ ଦେବେ । ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ । ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ । ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ ।

ତିନି ଦିନ ଧରି ପୁରୀରେ ଘରେ ଘରେ ହେବ ଦୀପ ପ୍ରଜ୍ୱଳନ । ଆସନ୍ତାକାଲି ବଡ଼ଦାଣ୍ଡରେ ହେବ ସମୂହ ଦୀପଦାନ । ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ଓ ଛତିଶାନିଯୋଗ ପକ୍ଷରୁ 1 ଲକ୍ଷ ଦୀପ ପ୍ରଜ୍ୱଳନ ହେବ । ଏଥିରେ ଭକ୍ତଙ୍କ ସହ ବିଭିନ୍ନ ସାମାଜିକ ଅନୁଷ୍ଠାନ ଓ ସ୍ୱେଚ୍ଛାସେବୀ ସଙ୍ଗଠନ ସାମିଲ ହେବେ । ବିଶ୍ୱର ମଙ୍ଗଳ କାମନା କରି ମହାପ୍ରଭୁଙ୍କୁ ଉଦ୍ଦେଶ୍ୟରେ ସମୂହ ଦୀପଦାନ କରାଯିବ ।


ସେୟାର କରନ୍ତୁ