7ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର 4 ଟି ବ୍ଲକର 7ଟି ଗ୍ରାମପଞ୍ଚାୟତରେ 7ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । 5ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା ।

ଜନଶୁଣାଣୀ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

ପ୍ରତ୍ୟେକ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ 2 କୋଟି ଟଙ୍କା ହିସାବରେ ସମୁଦାୟ 14 କୋଟି ଟଙ୍କା ବ୍ୟୟ କରାଯିବ । ଏହି ବାତ୍ୟା ଆଶ୍ରୟ ସ୍ଥଳୀଗୁଡିକର ନିର୍ମାଣ ଦାୟିତ୍ୱ RDOdishaକୁ ନ୍ୟସ୍ତ କରାଯାଇଛି ।


ସେୟାର କରନ୍ତୁ