ନୂଆ ଓଡିଶା, ସଶକ୍ତ ଓଡିଶା ଗଠନରେ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ 4166 ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି । ଏଥିପାଇଁ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି ।

ଏହା ସହିତ ଆମର ମହାନ ଦେଶ, ମହାନ ଜାତି ଓ ମହାନ ସଂସ୍କୃତିକୁ ଭଲ ପାଇବା ସହିତ ଏଥିପାଇଁ ଗର୍ବ ଅନୁଭବ କରିବାକୁ ପିଲାମାନଙ୍କୁ ପ୍ରେରଣା ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି । ଛାତ୍ରଛାତ୍ରୀ ଯେପରି ବଡ ସ୍ୱପ୍ନ ଦେଖିବେ ଓ ନିଜର ଲକ୍ଷ୍ୟ ହାସଲ କରିବାରେ ସଫଳ ହେବେ ସେଥିପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ । ଏକ ବିଂଶ ଶତାବ୍ଦୀରେ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନରେ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି ସେ କହିଥିଲେ ।


ସେୟାର କରନ୍ତୁ