ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ 50 ହଜାର ଟଙ୍କା ସହାୟତା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର ହେଉଛି ଭାଗବତ ଟୁଙ୍ଗୀ । ସବୁ ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ । ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ ।

ଆମ ରାଜ୍ୟରେ ଥିବା 7200ଟି ଭାଗବତ ଟୁଙ୍ଗୀଗୁଡିକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗୀ ପାଇଁ 50 ହଜାର ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଜରିଆରେ ଭାଗବତ ଟୁଙ୍ଗୀଗୁଡିକର ବିକାଶ କାର୍ଯ୍ୟ କରାଯିବ ।


ସେୟାର କରନ୍ତୁ