13ରୁ ବର୍ଷା ବଢ଼ିବ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ସକ୍ରିୟ ମୌସୁମୀ ପ୍ରଭାବରେ 13 ତାରିଖରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ । 12 ତାରିଖରେ କାଁ ଭାଁ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ‌13 ତାରିଖରେ ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 14 ଓ 15 ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ସେହିପରି ପରବର୍ତ୍ତୀ ସମୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ମଧ୍ୟ କରାଯାଇଛି । ସେପଟେ ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରଶାସନ ସଜାଗ ରହିବା ସହ ‌ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସଜାଗ କରାଯାଇଛି ।


ସେୟାର କରନ୍ତୁ