ହାତୀ ଆକ୍ରମଣରେ ଜଣେ ମୃତ

ରାଜ୍ୟ
ସେୟାର କରନ୍ତୁ

ପରଜଙ୍ଗ : ଗାଈ ଖୋଜିବାକୁ ଯାଇ ଦନ୍ତା ହାବୁଡ଼ରେ ପଡି ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ବନଖଣ୍ଡ ମହାବିରୋଡ଼ ରେଞ୍ଜ ଅନ୍ତର୍ଗତ କୁଟୁରିଆ ଗାଁ ପାଖ ଜଡ଼ାକିଆରୀ ନାଳ ନିକଟରେ ।

ମୃତ ଯୁବକ ଜଣଙ୍କ ହେଉଛନ୍ତି କାମାକ୍ଷାନଗର ଥାନା ଅନ୍ତର୍ଗତ କାମର୍ଦା ଗ୍ରାମର ରଣଜିତ ବିଶ୍ୱାଳ । ରଣଜିତ ଗାଈ ଖୋଜିବାକୁ ଗାଁ ନିକଟ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତା ହାତୀ ହାବୁଡ଼ରେ ପଡିଯାଇଥିଲେ । ହାତୀଟି ତାଙ୍କୁ ଶୁଣ୍ଢରେ କଚାଡି ମାରିଥିଲା ।

ତେବେ ଖବର ପାଇ ବନବିଭାଗ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ତଦନ୍ତ ଜାରି ରଖିଛି । ସେପଟେ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ।


ସେୟାର କରନ୍ତୁ