ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: 2025 ଜାନୁଆରି 1 ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ । ଏଥିପାଇଁ ଡିସେମ୍ବର 30 ଓ 31 ତାରିଖରେ ଟ୍ରାଏଲ କରାଯିବ । ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ଡିସେମ୍ବର27 ଏବଂ 28 ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା ଶେଷ ହୋଇଯିବ । ପରୀକ୍ଷାମୂଳକ ଭାବେ ଡିସେମ୍ବର 30 ଓ 31 ତାରିଖରେ ଧାଡ଼ି ଦର୍ଶନ ହେବ । ଜାନୁଆରି 1ତାରିଖରୁ ନିୟମିତ ଦର୍ଶନ ପ୍ରକ୍ରିୟାକୁ ଆସିବ । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି ଏବଂ ଗାରଦ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବାର ବନ୍ଦୋବସ୍ତ କରାଯାଇଛି ।

ଶନିବାର ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଛନ୍ତି ଆଇନ ମନ୍ତ୍ରୀ । କାମ ସନ୍ତୋଷଜନକ ଭାବେ ଚାଲିଥିବା ସେ କହିଛନ୍ତି ।


ସେୟାର କରନ୍ତୁ