ପୁରୀ : ଆସନ୍ତା ମାସ 20 ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି, ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ । ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ । ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି ।
ସୂଚନାଯୋଗ୍ୟ, ଧାଡ଼ିଦର୍ଶନ ପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିମିଟେଡ୍ (ଓବିସିସି) ପକ୍ଷରୁ ନାଟମଣ୍ଡପରେ 6 ଥାକିଆ କାଠ ରାମ୍ପ ନିର୍ମାଣ ଚାଲିଛି । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ନିର୍ମାଣ ଚାଲିଥିବା କାଠ ରାମ୍ପକୁ ବୁଲି ଦେଖିବା ସହ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।