ଢେଙ୍କାନାଳ ସରପଞ୍ଚ ମହାସଂଘର ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ଓ ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ରାଜ୍ୟ
ସେୟାର କରନ୍ତୁ

ଢେଙ୍କାନାଳ : ଢେଙ୍କାନାଳ ସରପଞ୍ଚ ମହାସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କେନ୍ଦ୍ରାପଡ଼ା ଜିଲ୍ଲାର ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ହୋଇଥିବା ମିଥ୍ୟା ଅଭିଯୋଗ ଏବଂ ଦୁର୍ବ୍ୟବହାର ପ୍ରତିବାଦରେ ଜିଲ୍ଲାର ସମସ୍ତ ସରପଞ୍ଚ ଏକତ୍ରିତ ହୋଇ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ ।


ସେୟାର କରନ୍ତୁ