ଗ୍ରାମ ସ୍ତରୀୟ ଶିଶୁ କଲ୍ୟାଣ ଓ ସୁରକ୍ଷା କମିଟିର ବୈଠକ

ରାଜ୍ୟ
ସେୟାର କରନ୍ତୁ

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ପଲସଡ଼ଙ୍ଗୀ ଗ୍ରାମରେ ବିଶ୍ୱ ଯୁବ କେନ୍ଦ୍ର ସଂସ୍ଥା (ଜଷ୍ଟ ରାଇଟ ଫର ଚିଲଡ୍ରେନ) ଆନୁକୁଲ୍ୟରେ ଗ୍ରାମସ୍ତରୀୟ ଶିଶୁ କଳ୍ୟାଣ ଓ ସୁରକ୍ଷା କମିଟିର ଏକ ସଚେତନତାମୂଳକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମଟି ବିଶ୍ୱ ଯୁବ କେନ୍ଦ୍ରର ପ୍ରକଳ୍ପ ସାହାୟାକା ସୁମିତ୍ରା ଦେହୁରୀ ତତ୍ବାବଧାନରେ ସଫଳତାର ସହ ସମ୍ପନ୍ନ ହୋଇଥିଲା । ସମାଜରୁ ବାଲ୍ୟ ବିବାହ ଭଳି କୁପ୍ରଥାକୁ ସମୂଲେ ନିରାକରଣ କରିବା ଏବଂ ଶିଶୁମାନଙ୍କ ଭବିଷ୍ୟତକୁ ସୁରକ୍ଷିତ ଓ ସୁନିଶ୍ଚିତ କରିବା ଥିଲା ଏହି ବୈଠକର ମୂଳ ଲକ୍ଷ୍ୟ ।

ଉକ୍ତ ବୈଠକରେ ଗ୍ରାମଅଙ୍ଗନାୱାର୍ଡ,ୱାର୍ଡ ମେମ୍ବର, ଗ୍ରାମର ସକ୍ରିୟ ମହିଳା, ଆଶା କର୍ମୀ, କିଶୋର ବାଳକ, କିଶୋରୀ ବାଳିକା, ଭାବେ ଉପସ୍ଥିତ ରହି ସମାଜିକ ଦାୟିତ୍ୱବୋଧର ପରିଚୟ ପ୍ରଦାନ କରିଥିଲେ । ବୈଠକରେ ବାଲ୍ୟ ବିବାହର ଭୟାବହ କୁପରିଣାମ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଅପରିପକ୍ୱ ବୟସରେ ବିବାହ ହେବା ଫଳରେ କିଶୋରୀମାନଙ୍କ ଶାରୀରିକ ଓ ମାନସିକ ବିକାଶ ବାଧାପ୍ରାପ୍ତ ହେବା, ଶିକ୍ଷାରୁ ବଞ୍ଚିତ ହେବା, ମାତୃମୃତ୍ୟୁ ଓ ପୌଷ୍ଟିକ ଅଭାବ ପରି ଗୁରୁତର ସମସ୍ୟା ଦେଖା ଦେବା ଆଦି ବିଷୟରେ ଆଲୋଚନା କରା ଯାଇଥିଲା ।

ଏହା ସହିତ ବାଲ୍ୟ ବିବାହ ନିଷେଧ ଆଇନ ଓ ଏହା ସହ ସଂପୃକ୍ତ ଦଣ୍ଡ ବିଧାନ ବିଷୟରେ ମଧ୍ୟ ସମସ୍ତଙ୍କୁ ସଚେତନ କରାଯାଇଥିଲା । ସମାଜର ପ୍ରତ୍ୟେକ ବ୍ୟକ୍ତିଙ୍କୁ ଏହି କୁପ୍ରଥା ବିରୋଧରେ ସଜାଗ ରହିବା ସହ ଯେକୌଣସି ବାଲ୍ୟ ବିବାହ ସମ୍ପର୍କିତ ସୂଚନା ତୁରନ୍ତ ପ୍ରଶାସନ କିମ୍ବା ସମ୍ପର୍କିତ ବିଭାଗକୁ ଜଣାଇବା ପାଇଁ ଆହ୍ୱାନ ଦିଆଯାଇଥିଲା ।

Emergency no 1098 କଲ କରିବେ କୁହା ଯାଇଥିଲା

ବୈଠକର ଶେଷ ପର୍ଯ୍ୟାୟର ସମସ୍ତ ଉପସ୍ଥିତ ବ୍ୟକ୍ତି ବାଲ୍ୟ ବିବାହ ମୁକ୍ତ ସମାଜ ଗଠନ ପାଇଁ ଏକତ୍ରିତ ଭାବେ ଶପଥ ଗ୍ରହଣ କରିଥିଲେ । ସମାଜରେ ସଚେତନତାର ଆଲୋକ ପ୍ରଜ୍ୱଳିତ କରି ଆଗାମୀ ପିଢ଼ି ପାଇଁ ଏକ ସୁସ୍ଥ, ସୁରକ୍ଷିତ ଓ ଶିକ୍ଷିତ ପରିବେଶ ସୃଷ୍ଟି କରିବାର ସଙ୍କଳ୍ପ ସହିତ ବୈଠକଟି ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଥିଲା ।


ସେୟାର କରନ୍ତୁ