ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ 2288 ନୂଆ କରୋନା କେସ ସାମ୍ନାକୁ ଆସିଅଛି ଏବଂ 10 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3044 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 31 ଲକ୍ଷ 07 ହଜାର 689କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 24 ହଜାର 103 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 25 ଲକ୍ଷ 63 ହଜାର 949 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 19 ହଜାର 637 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।
ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 190 କୋଟି 50 ଲକ୍ଷ 86 ହଜାର 709 ଡୋଜ ଟିକା ଦିଆଯାଇଛି । ଗତକାଲି 13 ଲକ୍ଷ 90 ହଜାର 912 ଡୋଜ ଟୀକା ଦିଆଯାଇଛି ।
ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 9 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 84 କୋଟି 15 ଲକ୍ଷ 14 ହଜାର 701 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 4 ଲକ୍ଷ 84 ହଜାର 843 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।