ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ରାଜନୀତି ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କିଛି ସମୟ ଆଗରୁ ବିଜେଡି ସରକାରର ପଞ୍ଚମ ପାଳିର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିଲା । ଆସନ୍ତାକାଲି ଭୋଟ ଗଣତି ରହିଛି । ଏହା ପୁବରୁ ଓଡିଶା ବିଧାନସଭା ଭଙ୍ଗ କରାଯାଇଛି ।

ବାସ୍ତବରେ ଆଜି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା । ଏଥିରେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା ।

ଚଳିତ ସାଧାରଣ ନିର୍ବାଚନର ଭୋଟ୍ ଗଣତି ଆସନ୍ତା 4 ତାରିଖରେ ଅନୁଷ୍ଠିତ ହେବ । ଭୋଟ୍ ଗଣତି ପୂର୍ବରୁ ମନ୍ତ୍ରିମଣ୍ଡଳ ଭଙ୍ଗ କରିବା ନେଇ ବୈଠକରେ ନିଷ୍ପତ୍ତି ହୋଇଥିଲା । ଭୋଟ୍ ଗଣତି ପରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଦଳ ସରକାର ଗଢ଼ିବା ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ । ଭାରତର ନିର୍ବାଚନ ଆୟୋଗଙ୍କ ନିର୍ବାଚନ ପ୍ରକ୍ରିୟା ଅନୁଯାୟୀ, ଜୁନ୍ 4ରେ ଭୋଟ୍ ଗଣତି ରହିଛି। ଏହା ପୂର୍ବରୁ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ପୂରଣ ନେଇ ଅବଗତ କରାଇଛନ୍ତି ।


ସେୟାର କରନ୍ତୁ