ଢେ଼ଙ୍କାନାଳ : ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ ଜନହିତକରୀ ଯୋଜନା ଏବଂ ଉନ୍ନୟନମୂଳକ କାର୍ଯ୍ୟକ୍ରମର ସଫଳତାକୁ ସାଧାରଣ ଜନତାଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ସଦର ବ୍ଲକ ବାଲ୍ୟାମ୍ବା ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସରପଞ୍ଚ ଲକ୍ଷ୍ମୀ ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାଂସଦଙ୍କ ପ୍ରତିନିଧି ବିଷ୍ଣୁ ପ୍ରସାଦ ଲେଙ୍କା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ଅନ୍ୟଅନ୍ୟା ଅତିଥି ଭାବେ ସମିତି ସଭ୍ୟ ଜୟକୃଷ୍ନ ପଣ୍ଡା,ମଧୁସୂଦନ ଜେନା ଯୋଗଦେଇଥିଲେ ।
କାର୍ଯ୍ୟକ୍ରମରେ ପଞ୍ଚାୟତର ଜନପ୍ରତିନିଧି,ବିଭିନ୍ନ ବିଭାଗର ଅଧିକାରୀ,ସ୍ବୟଂସହାୟକ ଗୋଷ୍ଠୀର ମହିଳା ସଦସ୍ୟ ଏମ୍ବିକେ,ସିଆରପି,ମହିଳା ସ୍ବାସ୍ଥ୍ୟ କର୍ମୀ,ଅଙ୍ଗନୱାଡ଼ି କର୍ମୀ,ଆଶା କର୍ମୀ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ । ସରକାରଙ୍କ ବିଭିନ୍ନ ଯୋଜନା ଯଥା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା,ଆୟୁଷ୍ମାନ ବାୟୋ ବନ୍ଦନା,ସୁଭଦ୍ରା ଶକ୍ତି,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଓ ଭିବିଜି ରାମ ଜି ଯୋଜନା ସମ୍ପର୍କରେ ପିଇଓ ଜନ ସାଧାରଣଙ୍କୁ ସଚେତନତା କରିଥିଲେ। ପରେ ହିତାଧିକାରୀଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ପ୍ରଦାନ କରି ସମ୍ମାନିତ କରାଯାଇଥିଲା । ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏଡିଇଓ,ସମସ୍ତ ଗ୍ରାମ ସାଥୀ ଓ ୱାର୍ଡ ସଭ୍ୟ ସଭ୍ୟାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।