ମୋହନ ଚରଣ ମାଝୀ Archives - Truthink

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି ।

ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା ପ୍ରତିନିଧିତ୍ବ କରିଥିଲେ। ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ । ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ, ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଥିଲେ ।

ମୁଖ୍ୟମନ୍ତ୍ରୀ ଖେଳାଳୀମାନଙ୍କର ଦୃଢ଼ ନିଷ୍ଠା ଓ ଉଲ୍ଲେଖନୀୟ ପ୍ରଦର୍ଶନକୁ ପ୍ରଶଂସା କରି ନିଜର ନିଷ୍ଠା ଓ ଅଧ୍ୟବସାୟ ବଳରେ ଖେଳରେ ଉତ୍କର୍ଷ ପ୍ରଦର୍ଶନ କରି ଆପଣମାନେ, ଦେଶ ଓ ରାଜ୍ୟ ପାଇଁ ଯଶ ଆଣିଛନ୍ତି ବୋଲି କହିଥିଲେ । ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ ।

ଏହି ଅବସରରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, କ୍ରୀଡା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଜାଧବ, ନିର୍ଦ୍ଦେଶକ ଡକ୍ଟର ୟେଦୁଲା ବିଜୟ, ଦଳର କୋଚ ଶ୍ରୀ ଦେବାଶିଷ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

The post ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ appeared first on Truthink.

ମହତାବ ଥିଲେ ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ୱକର୍ମା- ମୋହନ ଚରଣ ମାଝୀ
ଭୁବନେଶ୍ୱର: ଓଡ଼ିଶାର ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ଇତିହାସରେ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୀବନ ଓ କୃତିତ୍ବ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ । ସେ ଥିଲେ ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ୱକର୍ମା । ମହତାବଙ୍କ ବିନା ଆଧୁନିକ ଓଡିଶାର କଳ୍ପନା କରାଯାଇ ନପାରେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ହରେକୃଷ୍ଣ ମହତାବଙ୍କ 125ତମ ଜନ୍ମବାର୍ଷିକୀ ସ୍ମରଣତ୍ସୋବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ।

ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଆହୁରି କହିଲେ, ଓଡ଼ିଶାର ଶାସନ ଭାର ଗ୍ରହଣ କରି ସେ ଏକ ଅବହେଳିତ ପଛୁଆ ରାଜ୍ୟକୁ ଉନ୍ନତି ପଥରେ ଆଗେଇ ନେଇଥିଲେ । ଦେଶୀୟ ରାଜ୍ୟ ମିଶ୍ରଣରେ ବୃହତ୍ତର ଓଡ଼ିଶା ଗଠନ, ଓଡ଼ିଶାକୁ ସମୃଦ୍ଧ କରିବା ପାଇଁ ହୀରାକୁଦରେ ନଦୀବନ୍ଧ ବାନ୍ଧି ବନ୍ୟା ନିୟନ୍ତ୍ରଣ ଓ ବିଦ୍ୟୁତ ଉତ୍ପାଦନ ମାଧ୍ୟମରେ ଶିଳ୍ପ ପ୍ରତିଷ୍ଠା ଏବଂ ଭୁବନେଶ୍ବରରେ ରାଜଧାନୀ ନିର୍ମାଣ ଭଳି କାଳଜୟୀ ନିଷ୍ପତ୍ତି ମହତାବ ନେଇଥିଲେ ।

ମହତାବଙ୍କ ସ୍ମୃତିକୁ ଓଡ଼ିଶାର ଜନମାନସରେ ଉଜ୍ଜୀବିତ କରି ରଖିବା ସହିତ ତାଙ୍କୁ ଜାତୀୟସ୍ତରରେ ଅଧିକ ପ୍ରତିଷ୍ଠିତ କରିବା ପାଇଁ ତାଙ୍କ ଜୀବନୀ ଉପରେ ବାୟୋପିକ୍ ନିର୍ମାଣ କରାଯିବ । ତାଙ୍କ ଜନ୍ମସ୍ଥଳୀ ଭଦ୍ରକ ଜିଲ୍ଲା ଆଗରପଡ଼ାରେ ସ୍ମୃତି ସଂଗ୍ରହାଳୟ ପ୍ରତିଷ୍ଠା ସହିତ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ । ସେହିପରି ଇତିହାସ ପୃଷ୍ଠାରେ ଅଲୋଡ଼ା, ଅନାମଧେୟ ହୋଇ ରହିଥିବା ମାଧୋ ସିଂହଙ୍କୁ ଉଚିତ ସମ୍ମାନ ଦେଇ ତାଙ୍କ ନାମରେ ଏକ ଛାତ୍ରବୃତ୍ତି ଯୋଜନା ଏବଂ ଅନ୍ୟତମ ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ କରାଯାଇଛି ।

ଇତିହାସ ପୃଷ୍ଠାରେ ଅନାଲୋଚିତ ଏହି ବରପୁତ୍ରମାନଙ୍କର କୃତିକୁ ଲୋକଲୋଚନକୁ ଆଣିବା ପାଇଁ ରାଜ୍ୟ ସରକାର ଯଥାସମ୍ଭବ ଉଦ୍ୟମ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଅନ୍ୟତମ ଅତିଥି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ, ମହତାବଙ୍କ ବିଷୟରେ ଜାଣିବାକୁ ହେଲେ ଯୁବପିଢ଼ି ତାଙ୍କ ବିଷୟରେ ଅଧ୍ୟୟନ କରିବା ଆବଶ୍ୟକ । ଓଡ଼ିଶାର ବରପୁତ୍ରମାନଙ୍କୁ ମନେ ରଖିବା ଓ ମନେ ପକାଇବା ଦାୟିତ୍ବ ସମସ୍ତଙ୍କର ।

ଓଡ଼ିଆ ଭାଷା, ସହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ, ମହତାବ ଜଣେ ବିସ୍ମୟ ପୁରୁଷ ଥିଲେ। ସାହିତ୍ୟିକ ପ୍ରଫେସର ବିଜୟ ଶତପଥୀ ମହତାବଙ୍କ କୃତି ଓ କୀର୍ତ୍ତି ସମ୍ପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ କଟକ ସାଂସଦ ତଥା ଶ୍ରୀ ମହତାବଙ୍କ ପୁଅ ଭର୍ତ୍ତୃହରି ମହତାବ ଉପସ୍ଥିତ ଥିଲେ । ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ବିଜୟ କେତନ ଉପାଧ୍ୟାୟ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ମହତାବ ସାହିତ୍ୟ କୃତି ପାଇଁ ସାହିତ୍ୟିକ ଶଙ୍କର ଲାଲ ପୁରୋହିତ, ନିଶାମଣି କର ଓ ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ 7ଟି ପୁସ୍ତକ ଉନ୍ମୋଚିତ ହୋଇଥିଲା । ଶ୍ରୀ ମହତାବଙ୍କ ଉପରେ ଆୟୋଜିତ ଫଟୋଚିତ୍ର ଓ ତୈଳଚିତ୍ର ପ୍ରଦର୍ଶନୀ ମୁଖ୍ୟମନ୍ତ୍ରୀ ବୁଲି ଦେଖିଥିଲେ ।

The post ମହତାବ ଥିଲେ ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ୱକର୍ମା- ମୋହନ ଚରଣ ମାଝୀ appeared first on Truthink.